The Ultimate Managed Hosting Platform
ADVERTISEMENT

ପତ୍ନୀଙ୍କ ସହ ଇମ୍ରାନ ଖାନଙ୍କୁ ଜେଲ ଦଣ୍ଡ

Facebook
Twitter
LinkedIn

ନୂଆଦିଲ୍ଲୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲ ଦଣ୍ଡାଦେଶ । ପତ୍ନୀ ବୁଶରା ବିବିଙ୍କ ସହ ଇମ୍ରାନଙ୍କୁ ୧୭ ବର୍ଷ ଜେଲ ଦଣ୍ଡା ଦେଶ । ଦୁର୍ନୀତି ମାମଲାରେ ୧୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ । ୦୨୧ ମେ ମାସରେ ଏକ ସରକାରୀ ଗସ୍ତ ସମୟରେ ସାଉଦି ଯୁବରାଜଙ୍କ ଇମ୍ରାନ ଖାନଙ୍କୁ ଏକ ବୁଲଗାରି ଅଳଙ୍କାର ସେଟ୍ ଦେଇଥିଲେ । ଯାହା ପରବର୍ତ୍ତୀ ସମୟରେ ଅତ୍ୟନ୍ତ କମ ମୂଲ୍ୟରେ କିଣାଯାଇଥିଲା । ନିୟମ ଅନୁଯାୟୀ, ଏହାକୁ ସରକାରୀ କୋଷାଗାରରେ ଜମା କରାଯାଇନଥିଲା । ତଦନ୍ତ ଏଜେନ୍ସିଗୁଡ଼ିକର କହିବା ମୁତାବକ ଏହା ସରକାରୀ ରାଜକୋଷକୁ କ୍ଷତି ପହଞ୍ଚାଇଥିଲା । ସ୍ୱତନ୍ତ୍ର ବିଚାରପତି କେନ୍ଦ୍ରୀୟ ଶାହରୁଖ ଅର୍ଜୁମନ୍ଦ ୮୦ରୁ ଅଧିକ ଶୁଣାଣି ପରେ ଏହି ରାୟ ଶୁଣାଇଛନ୍ତି । କୋର୍ଟ ପାକିସ୍ତାନ ଦଣ୍ଡ ସଂହିତାର ଧାରା ୩୪ ଏବଂ ୪୦୯ ଅନୁଯାୟୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏହା ସହିତ, ତାଙ୍କୁ ଦୁର୍ନୀତି ନିବାରଣ ଆଇନର ଧାରା ୫(୨) ଅନୁଯାୟୀ ୭ ବର୍ଷର ଅଲଗା ଦଣ୍ଡାଦେଶ ଦିଆଯାଇଛି । ସେହିପରି ବୁଶରା ବିବିଙ୍କୁ ସମାନ ଧାରା ଅନୁଯାୟୀ ମୋଟ ୧୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login