ଢେଙ୍କାନାଳ : ପଥରରେ ଛେଚିଲେ ଗୁଳି ମାରିଲେ ! ଗୁଳି ମାରିବା ପରେ ଗୋଡେଇ ଗୋଡେଇ ପଥରରେ ଛେଚିଲେ । ବିଳମ୍ବିତ ରାତିରେ ଢେଙ୍କାନାଳ କାରିଗର ସାହିରେ ହତ୍ୟାକାଣ୍ଡ । ମହେଶ୍ୱର ବେହେରା ଓରଫ ଟିଟନଙ୍କୁ ବୀଭତ୍ସ ହତ୍ୟା । ସୂଚନା ଅନୁଯାୟୀ, କାରିଗର ସାହି ବାସିନ୍ଦା ଟିଟନ ରାତି ପ୍ରାୟ ୧୧ଟା ବେଳକୁ ଘରକୁ ଫେରୁଥିବା ସମୟରେ କିଛି ଦୁବୃର୍ତ୍ତ ତାଙ୍କ ଉପରକୁ ଅଚାନକ ଗୁଳି ଚଳାଇଥିଲେ । ଟିଟନଙ୍କ ଗୋଡରେ ୨ ରାଉଣ୍ଡ ଗୁଳି ବାଜିବାରୁ ସେ ଘଟଣାସ୍ଥଳରେ ଖସି ପଡ଼ିଥିଲେ । ଘଟଣାଟି ତାଙ୍କ ଘରଠାରୁ ଅଳ୍ପ ଦୂରରେ ଘଟିଥିବାରୁ ଗୁଳି ଶବ୍ଦ ଶୁଣି ତାଙ୍କ ସ୍ତ୍ରୀ ବାହାରକୁ ଦୌଡି ଆସିଥିଲେ। ଟିଟନ ଜୀବନ ବିକଳରେ ସେଠାରୁ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଦୁବୃର୍ତ୍ତ ମାନେ ତାଙ୍କୁ ଅନ୍ୟ ଏକ ସ୍ଥାନରେ ପଥର ଛେଚି ହତ୍ୟା କରିଥିଲେ ଓ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ପରେ ତାଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଟାଉନ ଥାନା ପୋଲିସ୍ ଘଟଣାର ତଦନ୍ତ କରୁଥିବା ବେଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି । କାରଣ ଗୋଟିଏ ମାସ ପୂର୍ବରୁ ଟିଟନଙ୍କୁ ଆକ୍ରମଣ କରି ଦୁବୃର୍ତ୍ତ ମାନେ ତାଙ୍କ ହାତ ଭାଙ୍ଗିଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି ।
ପଥରରେ ଛେଚିଲେ, ଗୁଳି ମାରିଲେ !

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...