ଭୁବନେଶ୍ୱର:ନିରବୀ ଗଲା ସେଇ ସ୍ୱର । ଯେଉଁ ସ୍ୱରକୁ ଶୁଣିବାକୁ ଚାହିଁ ରହିଥାନ୍ତି କୋଟି କୋଟି ଓଡିଆ । ଯାହାଙ୍କର ସ୍ୱର ଶୁଣିଲେ ପ୍ରତିଟି ଓଡିଆର ମନ ମୁଗ୍ଧ ହୋଇଯାଏ । ସେ ହେଉଛନ୍ତି ବିଶିଷ୍ଟ ବିଶିଷ୍ଟ ଗାୟିକା ଶାନ୍ତିଲତା ବାରିକ। ଯାହାଙ୍କର ଗତକାଲି ପରଲୋକ ହୋଇଛି ତାଙ୍କୁ ହରାଇ ଭାଙ୍ଗି ପଡିଛି ପୁରା ପରିବାର । ସାରା ଓଡିଶାବାସୀଙ୍କ ମନରେ ବି ଦୁଃଖ ଦେଇଛି ଏହି ଖବର ।
ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ। ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ଭଗବାନ ଚେତନା ସୃଷ୍ଟି କରିଥାଏ। କୋଟିକୋଟି ଓଡ଼ିଆଙ୍କ ହୃଦୟରେ ସେ ଗ୍ରହଣ କରିଥିଲେ ସ୍ବତନ୍ତ୍ର ସ୍ଥାନ।
ଶାନ୍ତିଲତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇଥିଲା। ‘ହେ ଚକାନୟନ’, ‘ମୁଁ ଯେ ଦେଉଳ ବେଢ଼ା ଦୀପ,’ ‘ଏକା ମୋ ଜଗା ସବୁରି ମୂଳ,’ ଆଦି ହେଉଛି ଶାନ୍ତିଲତାଙ୍କ ଜନପ୍ରିୟ ଭଜନ। ତାଙ୍କର ଅଧିକାଂଶ ଗୀତ କାଳିଆ ସାଆନ୍ତ ଏବଂ ଶ୍ରୀକୃଷ୍ଣଙ୍କ ଲାଗି ସମର୍ପିତ। ଭକ୍ତି ସଂଗୀତର ଯାଦୁକରୀରେ ସେ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ସ୍ଥାନ ପାଇଛନ୍ତି। ତେବେ ଦୀର୍ଘ ଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ ଶାନ୍ତିଲତା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି।
ପରଲୋକରେ ଶାନ୍ତିଲତା ବାରିକ

Facebook
Twitter
LinkedIn
Facebook
Twitter
LinkedIn
Recent News
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...
ଆଗ୍ରାର ତାଜମହଲରେ ଅଗ୍ନିକାଣ୍ଡ
ୟୁପି : ଉତ୍ତରପ୍ରଦେଶ ଆଗ୍ରାରେ ଥିବା ବିଶ୍ବ ପ୍ରସିଦ୍ଧ ତାଜମହଲର ଦକ୍ଷିଣ ଦ୍ବାରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟ ସର୍କିଟ୍ କାରଣରୁ ଏପରି ଅଘଟଣ ଘଟିଥିବା ଜଣାପଡିଛି...
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...