ଭୁବନେଶ୍ୱର:ନିରବୀ ଗଲା ସେଇ ସ୍ୱର । ଯେଉଁ ସ୍ୱରକୁ ଶୁଣିବାକୁ ଚାହିଁ ରହିଥାନ୍ତି କୋଟି କୋଟି ଓଡିଆ । ଯାହାଙ୍କର ସ୍ୱର ଶୁଣିଲେ ପ୍ରତିଟି ଓଡିଆର ମନ ମୁଗ୍ଧ ହୋଇଯାଏ । ସେ ହେଉଛନ୍ତି ବିଶିଷ୍ଟ ବିଶିଷ୍ଟ ଗାୟିକା ଶାନ୍ତିଲତା ବାରିକ। ଯାହାଙ୍କର ଗତକାଲି ପରଲୋକ ହୋଇଛି ତାଙ୍କୁ ହରାଇ ଭାଙ୍ଗି ପଡିଛି ପୁରା ପରିବାର । ସାରା ଓଡିଶାବାସୀଙ୍କ ମନରେ ବି ଦୁଃଖ ଦେଇଛି ଏହି ଖବର ।
ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ। ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ଭଗବାନ ଚେତନା ସୃଷ୍ଟି କରିଥାଏ। କୋଟିକୋଟି ଓଡ଼ିଆଙ୍କ ହୃଦୟରେ ସେ ଗ୍ରହଣ କରିଥିଲେ ସ୍ବତନ୍ତ୍ର ସ୍ଥାନ।
ଶାନ୍ତିଲତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇଥିଲା। ‘ହେ ଚକାନୟନ’, ‘ମୁଁ ଯେ ଦେଉଳ ବେଢ଼ା ଦୀପ,’ ‘ଏକା ମୋ ଜଗା ସବୁରି ମୂଳ,’ ଆଦି ହେଉଛି ଶାନ୍ତିଲତାଙ୍କ ଜନପ୍ରିୟ ଭଜନ। ତାଙ୍କର ଅଧିକାଂଶ ଗୀତ କାଳିଆ ସାଆନ୍ତ ଏବଂ ଶ୍ରୀକୃଷ୍ଣଙ୍କ ଲାଗି ସମର୍ପିତ। ଭକ୍ତି ସଂଗୀତର ଯାଦୁକରୀରେ ସେ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ସ୍ଥାନ ପାଇଛନ୍ତି। ତେବେ ଦୀର୍ଘ ଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ ଶାନ୍ତିଲତା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି।
ପରଲୋକରେ ଶାନ୍ତିଲତା ବାରିକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











