ବରଗଡ: ଗୋଟିଏ ପରିବାରର ୪ ଜଣଙ୍କୁ ହତ୍ୟା । ଭଟଲି ଥାନା ଝିକିଝିକି ଗାଁରେ ବୀଭସô ହତ୍ୟା । ବାପା, ମାଆ ସହ ପୁଅ , ଝିଅଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଘରୁ ଉଦ୍ଧାର । ବାପା, ମାଆ ସହ ୧୫ ବର୍ଷୀୟ ପୁଅ, ୧୦ ବର୍ଷୀୟା ଝିଅ ମୃତ । ଜମିଜମା ବିବାଦରୁ କକା ଶାବଳରେ ହତ୍ୟା କରିଥିବା ଅଭିଯୋଗ । ଅଭିଯୁକ୍ତ କକାକୁ ଅଟକ ରଖି ପୋଲିସର ପଚରାଉଚରା ।
ଖବର ଅନୁଯାୟୀ, ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ହତ୍ୟାକାରୀ ଦାଦା ସମସ୍ତ ୪ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି । ଘର ଭିତରେ ୪ଜଣଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ପଡିରହିଥିଲା । ସେପଟେ ଯାହାର ସୂଚନା ପାଇ ଭଟଲି ଥାନା ପୋଲିସ ଘଟଣାସ୍ଥଳରେ ଛାନ୍ଭିନ୍ ଆରମ୍ଭ କରିଛି । ଆବଶକ୍ୟ ପଡିଲେ ସାଇଣ୍ଟିଫିକ୍ ଟିମ୍ର ମଧ୍ୟ ସହଯୋଗ ନେଇପାରେ ପୋଲିସ । ଅଭିଯୁକ୍ତ ଦାଦା ସଂକୀର୍ତ୍ତନ ବାଗ୍ ଘଟଣା ପରଠାରୁ ଫେରାର ଥିବା ଜଣାପଡିଛି । ପୋଲିସ ବିଭିନ୍ନ ଟିମ୍ ଗଠନ କରି ଅନେକ ସ୍ଥାନରେ ଚଢାଉ କରୁଛି । ଅଭିଯୁକ୍ତ ଗିରଫ ପରେ ହତ୍ୟାର ସଠିକ୍ ଜଣାପଡିବ ବୋଲି ପୋଲିସ ଆଶା ରଖିଛି ।
ପରିବାରର ୪ ଜଣଙ୍କୁ ହତ୍ୟା

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...