ବଲାଙ୍ଗୀର : କାମାକ୍ଷୀନଗର ବିଶ୍ୱାତ୍ମା ବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ଆତ୍ମହତ୍ୟା । ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରଙ୍କ ମୃତଦେହ ଉଦ୍ଧାର । ଆଜି ଦେଇଥାନ୍ତେ ମାଟ୍ରିକ ପରୀକ୍ଷା । ମୃତ ଛାତ୍ର ହେଲେ ସଦର ଥାନା ଅନ୍ତର୍ଗତ ତଲିଉଡାର ଗାଁର ବିନାୟକ ପ୍ରଧାନ । ସେ ବଲାଙ୍ଗୀର କାମାକ୍ଷାନଗର ବିଶ୍ବାତ୍ମା ବିଦ୍ୟା ମନ୍ଦିର ସ୍କୁଲର ଦଶମ ଶ୍ରେଣୀର ଛାତ୍ର । ସ୍କୁଲ ହଷ୍ଟେଲରେ ରହି ପାଠ ପଢୁଥିଲେ । ବିନାୟକ ଜଣେ ମେଧାବୀ ଛାତ୍ର ଥିଲେ । ଭଲ ପାଠ ପଢୁଥିଲେ। ତେଣୁ ପରିବାର ଲୋକେ ତାଙ୍କୁ ହଷ୍ଟେଲରେ ରଖି ପାଠ ପଢ଼ାଉଥିଲେ । ପରୀକ୍ଷା ଥିବାରୁ ରବିବାର ଦିନ ବାପା ରାତ୍ର ପ୍ରଧାନ ତାଙ୍କୁ ଦେଖିବାକୁ ଆସିଥିଲେ । ସେ କୌଣସି ଚାପରେ ନଥିଲେ । ପରୀକ୍ଷାରେ ୯୫ ପ୍ରତିଶତ ମାର୍କ ଆସିବ ବୋଲି କହିଥିଲେ ଯ ତେବେ ସେ କାହିଁକି ଆତ୍ମହତ୍ୟା କରିବ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ବିନାୟକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
Views: 78