ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀର ପହଲଗାଓଁରେ ଆତଙ୍କବାଦୀଙ୍କ ଆକ୍ରମଣ ଘଟଣାକୁ ପ୍ରତିବାଦ କରି ଦିଲ୍ଲୀ ବ୍ୟବସାୟୀ ସଂଘର ବନ୍ଦ ଘୋଷଣା । ଶୁକ୍ରବାର ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦିଲ୍ଲୀର ବଜାର ବନ୍ଦ ଘୋଷଣା କରାଯାଇଛି । ଏହି ଘଟଣାକୁ ନେଇ ଦେଶବ୍ୟାପି ବିରୋଧ ଏବଂ ପ୍ରତିବାଦ କରାଯାଉଛି ଏବଂ ନାଗରିକ ମାନେ ଏହାକୁ ଘୋର ନିନ୍ଦା ମଧ୍ୟ କରୁଛନ୍ତି । ଅନ୍ୟପକ୍ଷେ ଦିଲ୍ଲୀ ଟ୍ରେଡ ୟୁନିୟନ ସଂଘ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି । ଯାହାକୁ ସମସ୍ତ ବ୍ୟବସାୟୀ ସଂଗଠନ ସମର୍ଥନ ଜାଣାଇ ବଜାର ବନ୍ଦ ରଖିବାର ନିର୍ଣ୍ଣୟ ନେଇଛନ୍ତି । ଯାହା ଫଳରେ ୯୦୦ରୁ ଅଧିକ ଦୋକନ ବଜାର ବନ୍ଦ ଥିବା ଦେଖିବାକୁ ମିଳିଛି । ଏଥିସହିତ କଳା ବ୍ୟାଚ୍ ପିନ୍ଦି ବ୍ୟବସାୟୀ ମାନେ ଆତଙ୍କବାଦୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଦାବି କରି ବିରୋଧ କରିଛନ୍ତି । ସଂଘ ପକ୍ଷରୁ ଶନିବାର ସକାଳ ୮ରୁ ୧୦ଟା ପର୍ୟ୍ୟନ୍ତ ବଜାର ବନ୍ଦ ରଖିବାକୁ ଘୋଷଣା କରିଛନ୍ତି ଏବଂ ସମସ୍ତ ବ୍ୟବସାୟୀଙ୍କୁ ଏହି ବନ୍ଦ ପାଳନକୁ ସମର୍ଥନ କରିବାକୁ ଅପିଲ୍ ମଧ୍ୟ କରିଛନ୍ତି ।
ପହଲଗାମ ଆକ୍ରମଣ ଘଟଣା : ଦିଲ୍ଲୀ ବ୍ୟବସାୟୀ ସଂଘ ପକ୍ଷରୁ ବଜାର ବନ୍ଦ ଘୋଷଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











