ପାଟନା : ବିହାରର ପାଟନାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଦୃଶ୍ୟ ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅଟୋ ଏବଂ ଏକ ଅଜଣା ଗାଡ଼ି ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଫଳରେ ଏହି ଦୁର୍ଘଟଣାରେ ଅଟୋ ଭାଙ୍ଗିରୁଜି ଚୁନା ହୋଇଯାଇଛି । ଶନିବାର ଅର୍ଥାତ୍ ଆଜି ସକାଳେ ଘଟିଥିବା ଜଣାପଡିଛି । ଏଥି ସହିତ ଘଟଣାସ୍ଥଳରେ ୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣଙ୍କର ହସ୍ପିଟାଲରେ ପ୍ରାଣ ଯାଇଛି । ବର୍ତ୍ତମାନ ଆହତ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ମୃତକଙ୍କ ମଧ୍ୟରେ ସାତ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତରେ ବ୍ୟସ୍ତ ରହିଛି ।
Views: 65