ଭୁବନେଶ୍ୱର : ବହୁ ଚର୍ଚ୍ଚିତ ପାର୍ସଲ ବୋମା ଘଟଣାରେ ଶେଷ ହେଲା ପୁଞ୍ଜିଲାଲଙ୍କ ବୟାନ ରେକର୍ଡ । ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ , ସାକ୍ଷୀଙ୍କ ତଥ୍ୟ ଆଧାରରେ ବୟାନ ରେକର୍ଡ ହୋଇଛି । ଅଭିଯୁକ୍ତ ପୁଞ୍ଜିଲାଲକୁ ଏଡିଜେ ୧୪୫ ପ୍ରଶ୍ନ ପଚାରିଥିବା ସୂଚନା ରହିଛି । ଅଧିକାଂଶ ପ୍ରଶ୍ନର ଉତ୍ତରରେ ପୁଞ୍ଜିଲାଲ ନା କହିଲେ । ଆସନ୍ତା ୧୩ରେ ପ୍ରତିପକ୍ଷଙ୍କ ବୟାନ ରେକର୍ଡ ପାଇଁ ପୁଞ୍ଜିଲାଲର ଅପିଲ । ୨୦୧୮ ଫେବ୍ରୁୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା । ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିଲା । ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗିର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ଓ ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିଥିଲା । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।
ପାର୍ସଲ ବୋମା ବିସ୍ଫୋରଣ ;ପୁଞ୍ଜିଲାଲର ବୟାନ ରେକର୍ଡ ଶେଷ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











