ଭୁବନେଶ୍ୱର : ଏସଓପି ଜାରି କଲା ପରିବହନ ବିଭାଗ । ପିକନିକ ସମୟରେ ଦୁର୍ଘଟଣା କମାଇବା ପାଇଁ ସଚେତନତା ସହ ଅମାନିଆଙ୍କ ପାଇଁ କଠୋର ହୋଇଛି ବିଭାଗ । ଏସଓପି ଅନୁସାରେ ମଦ୍ୟପାନ କରି ଗାଡି ଚଳାଇଲେ ଡ୍ରାଇଭରଙ୍କୁ ତୁରନ୍ତ ଗିରଫ କରାଯାଇ ଲାଇସେନ୍ସ ବାତିଲ କରାଯିବ। ଦୂର ଯାତ୍ରାକୁ ପିକନିକ ପାଇଁ ଗଲେ ଆସିଷ୍ଟାଣ୍ଟ ରଖିବାକୁ ପରାମର୍ଶ ଦିଆଯାଇଛି । ପିକନିକ ଯାତ୍ରା ପାଇଁ ଯାନବାହନ ମାଲିକମାନଙ୍କୁ ସମ୍ପୃକ୍ତ ଆରଟିଓରୁ ସ୍ୱତନ୍ତ୍ର ଅନୁମତି ନେବା ଦରକାର । ପ୍ରତ୍ୟେକ ପିକନିକ୍ ସ୍ପଟ୍ ନିକଟରେ ପରିବହନ ବିଭାଗ କର୍ମଚାରୀ ନିୟୋଜିତ ରହିବେ। ଯେଉଁ ଯାନଗୁଡ଼ିକର ଫିଟନେସ୍ ସାର୍ଟିଫିକେଟ୍ ବଳବତ୍ତର ଅଛି, କେବଳ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ପିକନିକ ପାଇଁ ଅନୁମତି ମିଳିବ । ପ୍ରମୁଖ ପିକନିକ୍ ସ୍ପଟ୍ ଗୁଡିକରେ ଦୁର୍ଘଟଣା ଜନିତ ସଚେତନତା କରାଯିବ । ବିପଦଜନକ ବା ଆପତ୍ତିଜନକ ସାମଗ୍ରୀ ପରିବହନ ରୋକିବା ପାଇଁ ପିକନିକ୍ ସ୍ପଟ୍ ବା ତୀର୍ଥ ସ୍ଥାନଗୁଡିକ ନିକଟରେ ପୋଲିସ୍ ଯାନଗୁଡିକର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ । ଓଭରଲୋଡିଂ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରିବହନ ବିଭାଗ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ ସହଯୋଗ କରିବ ଏବଂ ପିକନିକ୍ ସ୍ପଟ୍ ଗୁଡିକରେ ସଡକ ସୁରକ୍ଷା ବାର୍ତ୍ତା ଏବଂ ପ୍ରଶଂସାପତ୍ର, ସଡ଼କ ଦୁର୍ଘଟଣା ପୀଡିତଙ୍କ ପରିବାରର ଆବେଦନପତ୍ର ଲିଫଲେଟ୍, ପାମ୍ପଲେଟ୍ ବଣ୍ଟନ କରିବ ।
ପିକନିକ ପାଇଁ ପରିବହନ ବିଭାଗର ଏସଓପି ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











