ପିପିଲି ; ପିପିଲିରେ ବୋମାମାଡ । ଫଳରେ ଜଣେ ଗୁରୁତର ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି । ଏଥିରେ ରାଜକିଶୋର ନାୟକ ନାମକ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିବା ବେଳେ ଜଣେ ଶିଶୁ ସମେତ ଅନ୍ୟ ଦୁଇ ଜଣ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି । ରାଜକିଶୋର ଙ୍କ ହାତ ପାପୁଲି ରେ ବୋମା ବିସ୍ଫୋରଣ ଘଟି ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି ଭୁବନେଶ୍ୱର ଏମସରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁସାରେ ଗୁରୁବାର ରାତିରେ ଜମାଲପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ପଡୋଶୀ ଗ୍ରାମର ଅନ୍ୟ ଜଣଙ୍କର ପୂର୍ବ ବିବାଦକୁ ନେଇ ରାତି ପ୍ରାୟ ସାଢେ ଗୋଟାଏରେ ଗଣ୍ଡଗୋଳ ଘଟିଥିଲା । ପରେ ଏହା ଉଗ୍ରରୂପ ଧାରଣା କରିଥିଲା । ଏହାକୁ ନେଇ ଦୁଇଟି ବୋମାମାଡ ହୋଇଥିବା ସୂଚନା ମିଳିଛି । ପିପିଲି ଆଇଆଇସି ସୌମେନ୍ଦୁ ଶେଖର ତ୍ରିପାଠୀ ସଦଳେବଳେ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଥିବା ବେଳେ ଗଣ୍ଡଗୋଳରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନେ ଫେରାର ହୋଇଯାଇଥିବା ସୂଚନା ମିଳିଛି ।
ପିପିଲିରେ ବୋମା ମାଡ. ୩ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











