ନୂଆଦିଲ୍ଲୀ : ପୁଣି ଏକ ବଡ ଟ୍ରେନ୍ ଦୁର୍ଘଟଣା । ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ । ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି । ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର ଦିବ୍ରୁଗଡ ଯାଉଥିବା ଚଣ୍ଡୀଗଡ ଏକ୍ସପ୍ରେସ ଲାଇନଚ୍ୟୁତ ହେଇଛି । ଟ୍ରେନର ୧୦ଟି ବଗି ଲାଇନଚ୍ୟୁତ୍ ହେଇଛି ବୋଲି ଖବର ମିଳୁଛି । ଘଟଣାସ୍ଥଳରେ ଉତ୍ତେଜନାମୂଳକ ପରିସ୍ଥିତି ଉତ୍ପନ୍ନ ହେଇଛି । ଘଟଣାସ୍ଥଳରେ ରେଳ ବିଭାଗର ଉଚ୍ଚ ଅଧିକାରୀମାନେ ପହଞ୍ଚି ରେସ୍କ୍ୟୁ ଅପରେସନ୍ ଜାରି ରଖିଛନ୍ତି ।
Views: 73