ଭୁବନେଶ୍ୱର : ପୁଣି ମୋ ବସ ଧକ୍କାରେ ୨ ଯୁବକ ଗୁରୁତର । ମାଷ୍ଟର କ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ । ୨ ଯୁବକ ଗୁୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭତ୍ତି ର୍ । ଜଣେ ଗୁରୁତର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି। ପୁରୀର ରଞ୍ଜିତ ବେହେରା ଟ୍ରେନରେ ଭୁବନେଶ୍ବର ଆସିଥିଲେ। ଷ୍ଟେସନରେ ପହଁଚିବା ପରେ ଖରା ହେଉଥିବାରୁ ଠିଆ ହେଇଥିଲେ। କିନ୍ତୁ ହଠାତ ମୋ ବସ୍ ଡ୍ରାଇଭର କିଛି ନଦେଖି ଆଗକୁ ମାଡି ଆସିଥିଲେ। ଫଳରେ ଗୋଡ଼ରେ ପ୍ରବଳ ଆଘାତ ଲାଗିଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଅନ୍ୟପଟେ ଭୁବନେଶ୍ବର ପାତ୍ରପଡା ନିର୍ମାଣଧିନ ଫୁଟ ଓଭର୍ ବ୍ରିଜ ନିକଟରେ ଘଟିଥିଲା ଏହି ଭୟଙ୍କର ଦୁର୍ଘଟଣା । ରାସ୍ତା କଡରେ ଅପେକ୍ଷାରତ ଲୋକଙ୍କ ଉପରକୁ ମୋ ବସ୍ ଚଢିଯିବାରୁ ଘଟଣାସ୍ଥଳରେ ଜଣେ ଶିକ୍ଷୟତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ଦେଖିବାକୁ ମିଳଥିଲା । ଦୁର୍ଘଟଣା ଘଟିବା ପରେ ମୋ ବସଟି ଶିକ୍ଷୟତ୍ରୀଙ୍କୁ ୧୦୦ ମିଟର ପର୍ୟ୍ୟନ୍ତ ଘୋଷାଡ଼ି ନେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା ।
ପୁଣି ମୋ ବସ ଘଟାଇଲା ଦୁର୍ଘଟଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











