ଭୁବନେଶ୍ୱର : ରାଜଧାନୀରେ ପୁଣି ସିରିଜ ଦୁର୍ଘଟଣା । ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଉଥିବା ବେଳେ ସିରିଜ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ବିଏମସି ପିଆରଓଙ୍କ ସହ କିଛି ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ କ୍ୟାପିଟାଲ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।ତେବେ ସୂଚନା ଅନୁଯାୟୀ ରାଜମହଲ ପଟୁ ଆସୁଥିବା ଏକ ମୋ ବସ ଆଗରେ ଏକ ସ୍କୁଟି ଚାଲି ଆସିବାରୁ ବସଟି ହଠାତ ବ୍ରେକ ମାରି ଥିଲା । ଫଳରେ ପଛରେ ଥିବା ଆଉ ଏକ ମୋ ବସ ଗାଡ଼ିକୁ ଧକ୍କା ଦେଇଥିଲା । ପଛରୁ ଆସୁଥିବା କିଛି କାର ନିୟନ୍ତ୍ରଣ ହରାଇ ମୋ ବସକୁ ଧକ୍କା ଦେଇଥିଲେ । ଦୁର୍ଘଟଣାରେ ଏକାଧିକ ଆହତ ହୋଇଛନ୍ତି । କ୍ୟାପିଟାଲ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । ଏମିତିକି ସେହି ରାସ୍ତା ଦେଇ ଯିବାଆସିବା କରୁଥିବା ଲୋକକୁ ସାମାନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଏବଂ ଟ୍ରାଫିକ ଅଧିକାରୀ ପହଞ୍ଚି ରାସ୍ତାରୁ ଭିଡ ହଟାଉଥିବା ସୂଚନା ମିଳିଛି ।
ପୁଣି ମୋ ବସକୁ ଧକ୍କା ଦଲୋ ମୋ ବସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











