ଉତ୍ତରପ୍ରଦେଶ : ଉତ୍ତର ପ୍ରଦେଶର ଫତେହପୁରରେ ଏକ ରେଳ ଦୁର୍ଘଟଣା ଘଟିଛି । ଏଠାରେ ଗୋଟିଏ ହିଁ ଟ୍ରାକ୍ ଉପରେ ଆସୁଥିବା ଦୁଇଟି ମାଲଗାଡ଼ି ମଧ୍ୟରେ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଏକ ମାଲଗାଡ଼ିର ଇଞ୍ଜିନ୍ ଟ୍ରାକରୁ ଖସି କ୍ଷତିଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଡ୍ରାଇଭର ଏବଂ କୋ-ପାଇଲଟ୍ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରେଳୱେର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଦୁର୍ଘଟଣାର ଯାଞ୍ଚ ଆରମ୍ଭ କରିଛନ୍ତି । ଏହି ଦୁର୍ଘଟଣା ଜିଲ୍ଲାର ଖାଗା କୋତୱାଲିର ପାମ୍ଭିପୁର ନିକଟରେ ଘଟିଛି । ଖବର ମୁତାବକ, ସନ୍ତରାଗାଛି ତିରୁପତି ଏକ୍ସପ୍ରେସ୍ ସନ୍ତରାଗାଛିରୁ ଶାଲିମାର ଯାଉଥିବା ବେଳେ ସାଇଡ୍ ଲାଇନରେ ଗୋଟିଏ ଇଞ୍ଜିନ ଦୁଇଟି ବଗିକୁ ଟାଣୁଥିଲା । ଫଳରେ ଦୁଇଟି ଯାକ ଟ୍ରେନ୍ ସାମ୍ନାସାମ୍ନି ହୋଇଥିଲେ । ଏହି କାରଣରୁ ୩ଟି ବଗି ଲାଇନଚ୍ୟୁତ ହୋଇଥିଲା । ତିରୁପତି ଏକ୍ସପ୍ରେସର ଦୁଇଟି ବଗି ଏବଂ ଅନ୍ୟ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଥିଲା । ଘଟଣା ପରେ ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ମାମଲାର ଯାଞ୍ଚ କରିଥିଲେ ।
ପୁଣି ରେଳ ଦୁର୍ଘଟଣା ; ମାଲଗାଡିକୁ ଧକ୍କା ଦେଲା ମାଲଗାଡି, ଡ୍ରାଇଭର ଓ କୋ-ପାଇଲଟ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











