ଭୁବନେଶ୍ୱର : ଚଳିତ ସପ୍ତାହ ଶେଷ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ ବେଶୀ ଘନୀଭୂତ ହେବ ନାହିଁ। ସେପଟେ ଓଡିଶା ଓ ଝାଡଖଣ୍ଡ ଉପରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହୋଇ ବୁଧବାର ମଧ୍ୟ ପ୍ରଦେଶ ଓ ଉତ୍ତର ପ୍ରଦେଶ ଆଡକୁ ଗତି କରିଛି। ତେବେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ଗୋଟିଏ ଲଘୁଚାପର ପ୍ରଭାବ ନକମୁଣୁ ସପ୍ତାହ ଶେଷରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ତେବେ ଓଡିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ସ୍ପଷ୍ଟ ହୋଇନାହିଁ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଯାଏଁ ବର୍ଷା ଲାଗି ରହିବ।
Views: 24