
ଭୁବନେଶ୍ୱର : ରାଜ୍ୟରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୧୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ, ଖୋର୍ଦ୍ଧ, କଟକ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୪୫୨୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୧୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୭୫୬ ଜଣ ସୁସ୍ଥ ହୋଇଛନ୍ତି ।
Views: 252