
ଭୁବନେଶ୍ୱର : ରାଜ୍ୟରେ ଆଉ ୭ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୧୭୧ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଆଉ ବାକି କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୦୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ୨୯୨୬୩୦୫୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୨୬୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୩୦୪ ଜଣ ସୁସ୍ଥ ହୋଇଛନ୍ତି ।
Views: 250