
ଭୁବନେଶ୍ୱର : ରାଜ୍ୟରେ ଆଉ ୮ ଜଣଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେରେ ୧୬୮ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି ।ତେବେ ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୟାଗଡ଼, ଦେବଗଡ଼, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୩୦୮୨୬୦ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୨୩୪୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୭୩୪ଜଣ ସୁସ୍ଥ ହୋଇଛନ୍ତି ।
Views: 255