ପୁରୀ : ଦାଦାର ଛୁରାମାଡରେ ପୁତୁରା ଗୁରୁତର । ବଳିଆପଣ୍ଡା ନାଲି ପଡିଆରେ ଦାଦାର ଛୁରାମାଡ । ସଙ୍କଟାପନ୍ନ ଅବସ୍ଥାରେ ପୁତୁରାକୁ ପ୍ରଥମେ ପୁରୀ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି। ଆହତ ପୁତୁରା ଜଣଙ୍କ ହେଲେ ଶିବ ବେହେରା । ତାଙ୍କ ଘର ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି।
ଶିବ ନିଜ ପରିବାର ସହ ବଳିଆପଣ୍ଡା ଥାନା ଅନ୍ତର୍ଗତ ନାଲି ପଡ଼ିଆଠାରେ ଏକ ଭଡ଼ା ଘରେ ରହୁଥିଲେ। ଶିବଙ୍କ ଦାଦା ଶଙ୍କର ବେହେରା ମଧ୍ୟ ପୁରୀରେ ରହୁଥିଲେ। ଗତକାଲି ରାତିରେ ଦାଦା ଶଙ୍କର ବେହେରା ସହ ତାର ଝଗଡା ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ଦାଦା ଭୁଜାଲିରେ ଶିବଙ୍କ ପେଟକୁ ଭୂଷି ଅନ୍ତବୁଜୁଳା ବାହାର କରିଦେଇଥିଲେ। ଶିବ ଚିତ୍କାର ଶୁଣି ପରିବାର ଲୋକ ଦୌଡ଼ି ଆସିଥିଲେ। ପରେ ଶଙ୍କର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ଏହାପରେ ପରିବାର ଲୋକେ ଶିବଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଶିବଙ୍କ ଅବସ୍ଥା ଗୁରୁତର ରହିଛି। ଏନେଇ ଶିବଙ୍କ ପରିବାର ପକ୍ଷରୁ ବଳିଆପଣ୍ଡା ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ଶଙ୍କରକୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।
ପୁତୁରାକୁ ଦାଦାର ଛୁରାମାଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











