The Ultimate Managed Hosting Platform
ADVERTISEMENT

ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ, ଉଦଘାଟନ କଲେ ଜେପି ନଡ୍ଡା

Facebook
Twitter
LinkedIn

ପୁରୀ : ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ ଉଦଘାଟିତ । ସ୍ୱାମୀ ନାରାୟଣ ମନ୍ଦିର ପରିସରରେ ଉଦଘାଟନ କଲେ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ । ରାଜ୍ୟ ସଭାପତି ମନମୋହନ ସାମଲ କାର୍ଯ୍ୟକ୍ରମରେ ଉପସ୍ଥିତ ।
ଆଜିଠୁ ପୁରୀରେ ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର । ବିଜେପି ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଗତକାଲି ସେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଭାବେ ରାଜ୍ୟରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିଥିଲେ । ଆଜି ବିଜେପି ଅଧ୍ୟକ୍ଷ ଭାବେ ପ୍ରଶିକ୍ଷଣ ଶିବିରକୁ ସମ୍ବୋଧିତ କରିବେ । ପୁରୀ କୋଣାର୍କ ରୋଡ ସ୍ଥିତ ସ୍ୱାମୀ ନାରାୟଣ ମନ୍ଦିର ପରିସରରେ ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେଉଛି । ଏଥିରେ ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ ଓରାମ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗ ଦେବେ । ସମସ୍ତ ମନ୍ତ୍ରୀ, ବିଧାୟକ ଓ ସାଂସଙ୍କୁ ପ୍ରଶିକ୍ଷଣ ଶିବିରକୁ ଡକାଯାଇଛି। ବିଜେପିର ରାଷ୍ଟ୍ରୀୟ ସାଧାରଣ ସଂପାଦକ ବିଏଲ ସନ୍ତୋଷ ମଧ୍ୟ ବୈଠକରେ ଯୋଗ ଦେବା ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login