ପୁରୀ : ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ ଉଦଘାଟିତ । ସ୍ୱାମୀ ନାରାୟଣ ମନ୍ଦିର ପରିସରରେ ଉଦଘାଟନ କଲେ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ । ରାଜ୍ୟ ସଭାପତି ମନମୋହନ ସାମଲ କାର୍ଯ୍ୟକ୍ରମରେ ଉପସ୍ଥିତ ।
ଆଜିଠୁ ପୁରୀରେ ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର । ବିଜେପି ବିଧାୟକ ଓ ସାଂସଦଙ୍କୁ ଗୁରୁମନ୍ତ୍ର ଦେବେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଗତକାଲି ସେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଭାବେ ରାଜ୍ୟରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିଥିଲେ । ଆଜି ବିଜେପି ଅଧ୍ୟକ୍ଷ ଭାବେ ପ୍ରଶିକ୍ଷଣ ଶିବିରକୁ ସମ୍ବୋଧିତ କରିବେ । ପୁରୀ କୋଣାର୍କ ରୋଡ ସ୍ଥିତ ସ୍ୱାମୀ ନାରାୟଣ ମନ୍ଦିର ପରିସରରେ ବିଜେପିର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେଉଛି । ଏଥିରେ ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ ଓ ଜୁଏଲ ଓରାମ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗ ଦେବେ । ସମସ୍ତ ମନ୍ତ୍ରୀ, ବିଧାୟକ ଓ ସାଂସଙ୍କୁ ପ୍ରଶିକ୍ଷଣ ଶିବିରକୁ ଡକାଯାଇଛି। ବିଜେପିର ରାଷ୍ଟ୍ରୀୟ ସାଧାରଣ ସଂପାଦକ ବିଏଲ ସନ୍ତୋଷ ମଧ୍ୟ ବୈଠକରେ ଯୋଗ ଦେବା ସୂଚନା ରହିଛି ।
ପୁରୀରେ ବିଜେପିର ପ୍ରଶିକ୍ଷଣ ବର୍ଗ, ଉଦଘାଟନ କଲେ ଜେପି ନଡ୍ଡା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











