ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିବା ପରେ ଗିରଫ ଶଙ୍କର ପୃଷ୍ଟିର ବଡ ଖୁଲାସା । ପୂର୍ବ ସରକାରରେ ହଜାରେ କୋଟିର ଡିଲ ହୋଇଛି । ମୁଁ ଯଦି ସରେଣ୍ଡର କରି ନ ଥାନ୍ତି ହଜାରେ କୋଟିର ଡିଲ କେମିତି ଆସିଥାନ୍ତା । ଷଡ ଯନ୍ତ୍ରକାରୀଙ୍କ ସବୁ ତଥ୍ୟ ସରକାରଙ୍କୁ ଦିଆଯିବ । ମୁଁ ଲୁଚି ନ ଥିଲି , ଆଇନ ଅନୁଯାୟୀ ସମ୍ମୁଖୀନ ହେଉଥିଲି କହିଲା ଶଙ୍କର । ହାଇକୋର୍ଟରେ ଫାଇଲ କରାଯାଇଥିଲା , ସୁପ୍ରିମକୋର୍ଟରେ ଫାଇଲ କରିଥିଲି । ହାଇକୋର୍ଟଙ୍କୁ ଆଗୁଆ ଜାମିନ ମାଗିଥିଲି । ସମୟ ଦେଇଥିଲେ , ଗୋଟିଏ ମାସ ପରେ ଆସି ହାଜର ହୋଇଥାନ୍ତି । ପତ୍ନୀ ଦୀପ୍ତିମୟୀ ସାହୁଙ୍କ ନାଁରେ କୈାଣସି କେସ ନାହିଁ । କୋର୍ଟଙ୍କ ଉପରେ ସମ୍ପୁର୍ଣ୍ଣ ଭରସା ରହିଛି , ନ୍ୟାୟ ମିଳିବ ।
ସୂଚନାଯୋଗ୍ୟ, ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଗତକାଲି ନେପାଳ ସୀମାରୁ ଗିରଫ କରିଥିଲା। ଏହାପରେ ତାକୁ ଭୁବନେଶ୍ବରକୁ ଆଣିଛି କ୍ରାଇମବ୍ରାଞ୍ଚ ଟିମ୍। ଗାଜିଆବାଦରେ ଥିବା ଶଙ୍କରର ଘରେ କ୍ରାଇମବ୍ରାଞ୍ଚ ଟିମ୍ ପୂର୍ବରୁ ଚଢ଼ଉ କରିଥିବା ବେଳେ ସେ ସେଠାରୁ ନେପାଳ ଫେରାର ହୋଇ ଯାଇଥିଲା। ଗାଜିଆବାଦ ଘରେ ସ୍ତ୍ରୀ ଓ ପିଲାଙ୍କୁ ରଖିଥିଲା ଶଙ୍କର। ନେପାଳରୁ ସେ ଉତ୍ତରାଖଣ୍ଡର ଚମ୍ପାବତକୁ ଆସି ଜାମିନ ପାଇଁ ଜଣେ ଓକିଲଙ୍କ ସହ ଯୋଗାଯୋଗ କରିଥିଲା।
ପୂର୍ବ ସରକାରରେ ହଜାରେ କୋଟିର ଡିଲ ; ଶଙ୍କର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











