ଅମୃତସର : ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂ ବାଦଲଙ୍କ ଉପରକୁ ଗୁଳିମାଡ । ବୁଧବାର ଅମୃତସରର ସ୍ୱର୍ଣ୍ଣ ମନ୍ଦିର ପ୍ରବେଶ ପଥରେ ଶିରୋମଣି ଅକାଳୀ ଦଳର ନେତା ସୁଖବୀର ସିଂଙ୍କ ଉପରକୁ ପୂର୍ବତନ ବାବର ଖାଲସା ଇଣ୍ଟରନ୍ୟାସନାଲ ଆତଙ୍କବାଦୀ ଗୁଳି ଚଳାଇଛି । ନାରାୟଣ ସିଂ ଚୌରା ନାମକ ଏହି ସୁଟର୍କୁ ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକମାନେ ଧରିପକାଇ ପୁଲିସ୍କୁ ହସ୍ତାନ୍ତର କରାଇ ଦେଇଛନ୍ତି। ଧାର୍ମିକ ଦଣ୍ଡାଦେଶ ଭାବେ ମନ୍ଦିର ପ୍ରବେଶ ଦ୍ୱାରରେ ରାକ୍ଷୀ ଭାବରେ କାର୍ୟ୍ୟ କରୁଥିବା ସୁଖବୀର ବାଦଲ ଆକ୍ରମଣ ପରେ ବି ସୁରକ୍ଷିତ ବୋଲି ସୂତ୍ରରୁ ପ୍ରକାଶ ପାଇଛି। ସେହି ସମୟର ଏକ ଭିଡିଓ ଏବେ ଖୁବ୍ ଜୋର୍ରେ ଭାଇରାଲ୍ ହେବାରେ ଲାଗିଛି। ସୂତ୍ରରୁ ପ୍ରକାଶ ଯେ ଚୌରା ୧୯୮୪ ମସିହାରେ ପାକିସ୍ତାନ ପାର ହୋଇ ପଞ୍ଜାବରେ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଚୋରା ଚାଲାଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ପାକିସ୍ତାନରେ ଚୌରାକୁ ଜେଲ୍ ଭାଙ୍ଗିବା ମାମଲାରେ ମଧ୍ୟ ଅଭିଯୁକ୍ତ କରାଯାଇଥିଲା। ସେ ପୂର୍ବରୁ ପଞ୍ଜାବରେ ଜେଲ ଦଣ୍ଡ ଭୋଗିସାରିଛି।
ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂଙ୍କୁ ଗୁଳିମାଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











