ଭୁବନେଶ୍ୱର : ପୂର୍ବତମ ମନ୍ତ୍ରୀ କମଳା ଦାସଙ୍କ ପରଲୋକ ହୋଇଛି । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତା ଭୋଗରାଇର ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ୭୯ ବର୍ଷ ବୟସରେ କମଳାଙ୍କ ଦେହାନ୍ତ ନେଇ ସୂଚନା ମିଳିଛି ।
୧୬ ଅଗଷ୍ଟ ୧୯୪୫ ମସିହାରେ କମଳା ଦାସଙ୍କ ଜନ୍ମ। ଡାକ୍ତରୀ ଶିକ୍ଷାରେ ଏମବିବିଏସ ସହ ଏମସ ଡିଗ୍ରୀ ହାସଲ କରିଥିଲେ କମଳା ଦାସ। ଓଡ଼ିଶା ରାଜନୀତିର ଥିଲେ ଏକ ପରିଚିତ ଚେହେରା। ବିଜେଡିରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ନେତୃତ୍ଵରେ ଥିଲେ ସ୍ଵାସ୍ଥ୍ୟମନ୍ତ୍ରୀ। ୧୯୯୦ ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନସଭା ନିର୍ବାଚନମଣ୍ଡଳୀରୁ ଜନତା ଦଳରୁ ପ୍ରଥମଥର ଲାଗି ବିଧାୟିକା ଭାବେ ହୋଇଥିଲେ ନିର୍ବାଚିତ। ଏହାପରେ ସେ ୧୯୯୫ରେ ପୁଣି ଏକାଦଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ସେ ବିଜୁ ଜନତା ଦଳରୁ ୨୦୦୦ ମସିହାରେ ଭୋଗରାଇ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦ୍ଵାଦଶ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ୟ୍ୟ କରିଥିଲେ। ୧୯୯୦ରୁ ୧୯୯୩ ପର୍ୟ୍ୟନ୍ତ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବେ କାର୍ୟ୍ୟ ତୁଲାଇଥଲେ। ଏହାପରେ ୧୯୯୩ରୁ ୧୯୯୫ ଯାଏଁ ଥିଲେ ସ୍ଵାସ୍ଥ୍ୟମନ୍ତ୍ରୀ। ୧୯୯୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନ ସେ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ବିଧାନସଭାରେ ସେ ୧୯୯୫ ମସିହାରୁ ୨୦୦୦ ମସିହାଯାଏଁ କାର୍ୟ୍ୟ କରିଥିଲେ। ଏହି ସମୟରେ ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ବିଜୁ ଜନତା ଦଳର ଗଠନ ହେଲା ଏବଂ କମଳା ବିଜୁ ଜନତା ଦଳରେ ଯୋଗ ଦେଇଥିଲେ। ୨୦୦୦ ମସିହାରେ ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ବିଜୁ ଜନତା ଦଳରୁ ପୁଣିଥରେ ଭୋଗରାଇରୁ ବିଧାୟିକା ହୋଇଥିଲେ।
ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଦୁଇଟି ବିଭାଗର ମନ୍ତ୍ରୀ ଥିଲେ। କମଳା ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ ୨୦୦୦ରୁ ୨୦୦୧ ଯାଏଁ କାର୍ୟ୍ୟ କରିଥିଲେ। ଏହାପରେ ସେ ବିଜୁ ଜନତା ଦଳ ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ। ୨୦୧୪ରେ ସେ ପୁଣିଥରେ ବିଜୁ ଜନତା ଦଳକୁ ପ୍ରତ୍ୟାବର୍ତ୍ତନ କରିଥିଲେ।
ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











