ଭୁବନେଶ୍ବର: ପୋଲାଭରମ ପ୍ରସଙ୍ଗରେ ଅଧିକ ତଥ୍ୟ ସଂଗ୍ରହ ଓ ଦାବି ଉପସ୍ଥାପନ ପାଇଁ ବିଜେଡିର ୭ ଜଣିଆ ଟିମ ଆସନ୍ତାକାଲି ଦିଲ୍ଲୀ ଗସ୍ତ କରିବ। ୫ ତାରିଖ ଯାଏଁ ଦିଲ୍ଲୀରେ ସେଣ୍ଟ୍ରାଲ ୱାଟର କମିଶନ, ଜଳଶକ୍ତି ମନ୍ତ୍ରାଳୟ, ଆଦିବାସୀ ବ୍ୟାପାର ବିଭାଗକୁ ସ୍ମାରକପତ୍ର ଦେବ ଦଳ । ଦିଲ୍ଲୀ ଅଭିମୁଖେ ଓଡିଶାରୁ ଯିବେ ୭ ଜଣିଆ ଟିମ୍ । ସେଠାରେ ସାତ ଜଣ ସାଂସଦ ମଧ୍ୟ ଏହି ଟିମ ସହ ସାମିଲ ହେବେ। କମିଟିରେ ଦେବୀ ପ୍ରସାଦ ମିଶ୍ର, ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ପୂର୍ବତନ ବିଧାୟକ ମାନସ ମାଡକାମୀ ପ୍ରମୁଖ ରହିଛନ୍ତି। ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ୧୫ ହଜାର କୋଟିର ସହାୟତା ଦେଇଛନ୍ତି । ପୋଲାଭରମ ପ୍ରକଳ୍ପରେ ୩୬ ଲକ୍ଷ କ୍ୟୁସେକ ବନ୍ୟାଜଳ ନିଷ୍କାସନକୁ ୫୦ ଲକ୍ଷ କ୍ୟୁସେକରେ ପରିବର୍ତ୍ତନ ପରେ କ୍ଷୟକ୍ଷତିର ଆକଳନ ହୋଇନି। ବିଜେଡି ଟିମ୍ ପୋଲାଭରମ ସାଇଟରେ ପ୍ରସ୍ତୁତି ଦେଖି ଫେରିଛି । ପୋଲାଭରମ ପ୍ରକଳ୍ପ କର୍ତ୍ତୃପକ୍ଷ ମୁଖ୍ୟ ନରସିଂହ ମୂର୍ତ୍ତି ଓ ଟେକ୍ନିକାଲ ଟିମ ସହ ଆଲୋଚନା ହୋଇଥିଲା । କିନ୍ତୁ ସେମାନେ ପ୍ରକଳ୍ପକୁ ନେଇ ସବିଶେଷ ତଥ୍ୟ ଦେଇନଥିଲେ ।
ପୋଲାଭରମ ପ୍ରସଙ୍ଗରେ ଆସନ୍ତାକାଲି ଦିଲ୍ଲୀ ଯିବ ବିଜେଡି ଟିମ୍
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











