The Ultimate Managed Hosting Platform
ADVERTISEMENT

ପୋଲିସ ଭ୍ୟାନ ସହ ୧୦୮ ଆମ୍ବୁଲାନ୍ସ ଧକ୍କା

Facebook
Twitter
LinkedIn

ବାରିପଦା : ପୋଲିସ ଭ୍ୟାନକୁ ଧକ୍କା ଦଲୋ ୧୦୮ ଆମ୍ବୁଲାନ୍ସ । ଦୁର୍ଘଟଣାରେ ହୋମଗାର୍ଡଙ୍କ ମୃତ୍ୟୁ । ଆଇଆଇସିଙ୍କ ସମେତ ୪ ଆହତ । ଉଦଳା ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା । ପୋଲିସ ଗାଡି ଚୁରମାର । ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ପୋଲିସ ଗାଡି ଛିଡା କରି ବାଇକରେ ଯାଉଥିବା ଯୁବକଙ୍କ ତନଖି ନିମନ୍ତେ ଅନ୍ୟ କର୍ମଚାରୀ ଓହ୍ଲାଇଥିବା ବେଳେ ହଠାତ ବାରିପଦାରୁ କପ୍ତିପଦା ଅଭିମୁଖେ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଆସି ପୋଲିସ ଗାଡିକୁ ଧକ୍କା ଦେଇଥିଲା। ଏତେ ଜୋରରେ ଧକ୍କା ଦେଇଥିଲା ଯେ ପୋଲିସ ଗାଡିଟି ୩ ରାଉଣ୍ଡ ଓଲଟି ଥିଲା । ପରେ ୧୦୮ ଆମ୍ବୁଲାନ୍ସଟି ପୋଲିସ ଗାଡିକୁ ଘୋଷାରି ନେଇଥିଲା । ପୋଲିସ ଗାଡି ଓଲଟିବା ଫଳରେ ଗାଡ଼ିରେ ଥିବା ଉଦଳା ଆଇଆଇସି ବନମାଳୀ ବାରିକ, ଡ୍ରାଇଭର ସଦାନନ୍ଦ ସିଂ ଗାଡି ଭିତରେ ଗୁରୁତର ହୋଇଥିଲେ । ଅନ୍ୟପଟେ ଗାଡି ଭିତରେ ଥିବା ହୋମଗାର୍ଡ ଲକ୍ଷ୍ମୀଧର ମହାନ୍ତଙ୍କର ପୋଲିସ ଗାଡି ତଳେ ଚାପି ହୋଇ ମୃତ୍ୟୁ ଘଟିଥିଲା । ୧୦୮ ଆମ୍ବୁଲାନ୍ସର ହେଲ୍ପର ହେମନ୍ତ ନାଏକ, ଫାର୍ମାସିଷ୍ଟ ସତ୍ୟଜିତ ପଣ୍ଡାଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି । ଆମ୍ବୁଲାନ୍ସ ଡ୍ରାଇଭର ଆହତ ହୋଇଛନ୍ତି। ଖବର ପାଇ ତୁରନ୍ତ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପୋଲିସ ଗାଡି ଡ୍ରାଇଭର ସଦାନନ୍ଦ ଏବଂ ଆଇଆଇସି ବନମାଳୀ ବାରିକ ଙ୍କ ଅବସ୍ଥା ବିପଦସଂକୁଳ ରହିଥିବାରୁ ସେମାନଙ୍କୁ ତୁରନ୍ତ ବାରିପଦା ସ୍ଥାନାନ୍ତର କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login