ଭଦ୍ରକ : ଆଜି ପୁଣି ଥରେ ଭଦ୍ରକରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି । ଲୋକ ମାନେ ଏହି ଶବ୍ଦ ଶୁଣିବା ପରେ ଭୟଭିତ ହୋଇ ପଡିଥିଲେ । ଭଦ୍ରକର ଧାମନଗର ବାସୁଦେବପୁର ଆଉ ବଣାଇ ସ୍ଥାନରେ ଏହି ଭଳି ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି । ଏବେ ବି ଶବ୍ଦର କାରଣ ଅସ୍ପଷ୍ଟ ।

ସୂଚନାମୁତାବକ ଏହା ପ୍ରଥମ ଘଟଣା ନୁହେଁ । ଏହା ପୂର୍ବରୁ ମଧ୍ୟ ଏହି ଭଳି ଘଟଣା ହୋଇଛି । ବାରମ୍ବର ଏଭଳି ଘଟଣା ଘଟୁଥିବା ଲୋକ କହୁଥିବା ବେଳେ ଏହାକୁ ନେଇ କୌଣସି ଯାଞ୍ଚ କରାଯାଉ ନାହିଁ । ଏହା ପୂର୍ବରୁବାଲେଶ୍ୱର ଏବଂ ବାରିପଦାରେ ପୁଣି ଥରେ ପ୍ରଚଣ୍ଡ ଶବ୍ଦ ଶୁଭିଥିବାର ସୂଚନା ମିଳି ଥିଲା । ଯାହାଫଳରେ ଲୋକମାନେ ଭୟଭିତହୋଇ ଘରୁ ବାହାରକୁ ପଳାଇ ଆସିଥିଲେ । ତେବେ ଏହି ଶବ୍ଦ ପ୍ରକୃତରେ କ’ଣ ଥିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
Views: 124