ଭୁବନେଶ୍ୱର : ନିଲମ୍ବନ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । କହିଲେ ଦଳ ଆମ ପାଇଁ ବଡ, ବ୍ୟକ୍ତି ନୁହେଁ । ଦଳରେ ନାହାନ୍ତି ବୋଲି କହୁଥିଲେ ପ୍ରଫୁଲ୍ଲ କୁମାର ମଲ୍ଲିକ । ଟେଲିଫୋନରେ ଇସ୍ତଫା ନେଇ ପ୍ରଦୀପ ଅମାତଙ୍କୁ ଜଣାଇଥିଲେ ।
ଅନ୍ୟପଟେ ବିଜେଡିରୁ ନିଲମ୍ବନ ପରେ ପ୍ରଫୁଲ୍ଲ କୁମାରଙ୍କ ପ୍ରତିକ୍ରିୟା ରଖିଛନ୍ତି । ମୁଁ ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି ବୋଲି କହିଛନ୍ତି । ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳ ବିରୋଧୀ କାର୍ୟ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
ପ୍ରଫୁଲ୍ଲ ମଲ୍ଲିକଙ୍କୁ ନିଲମ୍ବନ ପରେ ପ୍ରତିକ୍ରିୟା ରଖିଲେ ଦେବୀ ମିଶ୍ର ; କହିଲେ ଦଳ ଆମ ପାଇଁ ବଡ, ବ୍ୟକ୍ତି ନୁହେଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











