ଭଦ୍ରକ : ମୃତ୍ୟୁ ଯେ କେତେବେଳେ ଆସିବ ତାହା କେହି ବି କହିପାରିବେ ନାହିଁ । କଥାରେ ଅଛି ତୋ ହରି ନାମ ମୋର ତୁଣ୍ଡରେ ଥାଉ..ଏତିକି ବେଳେ ମୋ ଜୀବନ ଯାଉ । ଯାହା ଏବେ ସତ ହୋଇଛି । ପ୍ରବଚନ ଦେଉଥିବା ବେଳେ ଚାଲିଗଲା ପ୍ରାଣ। ଅଧ୍ୟାପକ ତଥା ରାମଚରିତ ମାନସ ପ୍ରବଚକ ଗୋପାଳ ପ୍ରସାଦ ବେଜଙ୍କର ପ୍ରବଚନ ଦେବା ସମୟରେ ମୃତ୍ୟୁ ହୋଇଯାଇଛି। ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତରେ ଏପରି ଦୁଃଖଦ ଘଟଣା ଘଟିଛି। ରାମ ମନ୍ଦିରରେ ତିନି ଦିନ ପାଇଁ ଶ୍ରୀରାମ ଚରିତ ମାନସର ନବାହ୍ନ ପାରାୟଣ ଓ ପ୍ରବଚନ କାର୍ୟ୍ୟକ୍ରମର ଆୟୋଜିତ ହୋଇଥିଲା, ଯେଉଁଥିରେ ପ୍ରବଚକ ଭାବରେ ଯୋଗ ଦେଇଥିଲେ ବାସୁଦେବପୁର ବ୍ଲକ ଆଢୁଆଁ ଧାତାପୁରର ବିଶିଷ୍ଟ ପ୍ରବଚକ ତଥା ଅଧ୍ୟାପକ ଗୋପାଳ ପ୍ରସାଦ ବେଜ। ଏହି କାର୍ୟ୍ୟକ୍ରମର ଦ୍ବିତୀୟ ଦିବସରେ ପ୍ରବଚନ ଦେଉଥିବା ବେଳେ ହଠାତ୍ ସେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କର ସହଯୋଗମାନେ ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେଠାର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପ୍ରବଚନ ଦେଉଥିବା ବେଳେ ଚାଲିଗଲା ପ୍ରବଚକଙ୍କ ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











