ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୧୮ ତମ ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ କରିଛନ୍ତି । ଏହା ପରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଉଦବୋଧନ ଦେଇଛନ୍ତି । ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ପ୍ରବାସୀଙ୍କୁ ସ୍ବାଗତ । ଓଡ଼ିଶାର ଭୂମି ଭାରତର ସମୃଦ୍ଧ ବୈଭବର ପ୍ରତୀକ । ଓଡ଼ିଶାର ଐତିହ୍ୟ ଓ ଭାସ୍କର୍ୟ୍ୟ ପ୍ରତ୍ୟେକଙ୍କୁ ଗର୍ବିତ କରେ । ଓଡ଼ିଶାର ବାଲିଯାତ୍ରା ବିଶ୍ବ ବାଣିଜ୍ୟ ପରମ୍ପରାର ପ୍ରତୀକ । ଧଉଳି ଶାନ୍ତିସ୍ତୁପ ଶାନ୍ତିର ପ୍ରତୀକ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏଇଠି ଅଶୋକ ହୋଇଥିଲେ ଚଣ୍ଡାଶୋକରୁ ଧର୍ମାଶୋକ । ଆମ ହୃଦୟରେ ଭାରତ ସ୍ପନ୍ଦିତ ହେଉଛି ବୋଲି ମୋଦି କହିଛନ୍ତି । ଖୁବ୍ ଶୀଘ୍ର ବିଶ୍ବରେ ତୃତୀୟ ସର୍ବବୃହତ୍ ଅର୍ଥନୀତି ହେବ । ଆଜି ପ୍ରତି କ୍ଷେତ୍ରରେ ଦେଶର ଅଭିବୃଦ୍ଧି ଆକାଶଛୁଆଁ । ଦେଶର ପ୍ରଗତିର ଗତି ରେକର୍ଡ ଭାଙ୍ଗୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଆଜି ଦେଶରେ ଫାଇଟର ଜେଟ୍ ନିର୍ମାଣ ହେଉଛି ବୋଲି ଉଦବୋଧନ ଦେଇଛନ୍ତି । ବିକାଶ ଓ ପରମ୍ପରାର ମନ୍ତ୍ରରେ ଚାଲୁଛି ଆଜିର ଭାରତ । ବଡ଼ ବଡ଼ ସହର ଭାରତର ପରିଚୟ ନୁହେଁ । ଛୋଟ ଛୋଟ ସହର ଓ ଗାଁ ଭାରତର ପରିଚୟ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ।
ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣ ମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











