ବ୍ୟୁରୋ : ପାରା ଏସୀୟ କ୍ରୀଡାରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ । ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ । ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ । ଫାଇନାଲରେ ୨୨-୨୦,୧୮-୨୧ ,୨୧-୧୯ରେ ଜିତିଲେ । ୨୦୧୮ ପାରା ଏସୀୟ କ୍ରୀଡାରେ ବି ସ୍ୱର୍ଣ୍ଣ ଜିତିଥିଲେ ପ୍ରମୋଦ । ପ୍ରମୋଦ ଭଗତ ଆଗରୁ ମିଶ୍ରିତ ଯୁଗଳରେ କାଂସ୍ୟ ଓ ଯୁଗଳ ରେ ମଧ୍ୟ କାଂସ୍ୟ ପଦକ ହାସଲ କରିଥିଲେ। ପ୍ରଥମ ଥର ପାଇଁ ୩ ଟି ପଦକ ହାସଲ କରିଛନ୍ତି ଏସିଆନ ଗେମ୍ ଗେମ୍ସ ରେ ପ୍ରମୋଦ।
Views: 93











