ନୂଆଦିଲ୍ଲୀ : ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିଲେ ବିରାଟ କୋହଲି । ଅବସରର ଗୋଟିଏ ଦି ପରେ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହ ବୃନ୍ଦାବନର କୃଷ୍ଣ ନଗରୀରେ ପହଞ୍ଚିଥିଲେ । ସେଠାରେ ମହାରାଜଙ୍କ ଆଶୀର୍ବାଦ ନେବା ସହ ପ୍ରାୟ ୧୫ମିନିଟ ଧରି ଏକାନ୍ତରେ ମହାରାଜଙ୍କ ସହ କଥାବାର୍ତ୍ତା ହୋଇଥିଲେ । ଦୁହେଁ ଆଶ୍ରମରେ ପ୍ରାୟ ୨ଘଣ୍ଟା ୨୦ମିନିଟ ସମୟ ବିତେଇଥିବା ବେଳେ ଆଶ୍ରମର ଭଲମନ୍ଦ ବୁଝିଥିଲେ । ପ୍ରେମାନନ୍ଦ ମହାରାଜଙ୍କୁ ଭେଟ କରି ସାରିବା ପରେ ବିରାଟ କୋହଲି ସକାଳ ୯.୪୦ରେ ବୃନ୍ଦାବନ ଛାଡିଥିଲେ। ଏହି ସମୟରେ, ବିରାଟ-ଅନୁଷ୍କା ମାସ୍କ ପିନ୍ଧି କାରରେ ବସିଥିଲେ। ପରେ ଦୁହେଁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ବିରାଟ କୋହଲିଙ୍କର ଏହି କାର୍ୟ୍ୟକ୍ରମକୁ ସମ୍ପୂର୍ଣ୍ଣ ଗୋପନୀୟ ରଖାଯାଇଥିବା ବେଳେ ଏହା ତାଙ୍କର ବୃନ୍ଦାବନ ତୃତୀୟ ଗସ୍ତ ଥିଲା।ସୋମବାର ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେଇଛନ୍ତି। ଅବସର ଘୋଷଣା କରିବା ପରେ, ଆଜି ଏକ ଘରୋଇ ଟ୍ୟାକ୍ସି ଯୋଗେ ବୃନ୍ଦାବନରେ ପହଞ୍ଚିଲେ। ତାଙ୍କ ସହିତ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଉପସ୍ଥିତ ଥିଲେ। ଏହି ସମୟରେ ସେ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କଠାରୁ ଆଶୀର୍ବାଦ ନେଇଥିଲେ।
ପ୍ରେମାନନ୍ଦ ମହାରାଜାଙ୍କୁ ଭେଟିଲେ ବିରୁଷ୍କା

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...