ପ୍ରୟାଗରାଜ : ମହାକୁମ୍ଭ ମେଳାରେ ବଡ଼ଧରଣର ଅଘଟଣ । ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବା ବେଳେ ଦଳାଚକଟା । ଆଜି ପ୍ରୟାଗରାଜ ମହାକୁମ୍ଭରେ ମୌନୀ ଅମାବାସ୍ୟା ପୂର୍ବରୁ ବିଳମ୍ବିତ ରାତିରେ ସଙ୍ଗମ ସ୍ଥଳରେ ଘଟିଛି ଏହି ଅଘଟଣ । ୧୫ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଶତାଧିକ ଲୋକ ଆହାତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି । ମାତ୍ର ବିଳମ୍ବିତ ରାତ୍ରିରେ ହଠାତ୍ ଦଳାଚକଟା ହୋଇଥିଲା। ଯଦିଓ ପରିସ୍ଥିତି ଏବେ ନିୟନ୍ତ୍ରଣରେ ଅଛି, ତଥାପି ଆଖଡା ପରିଷଦର ସହମତି କ୍ରମେ ଆଜି ମୌନୀ ଅମାବାସ୍ୟାରେ ପବିତ୍ର ସ୍ନାନକୁ ବାତିଲ କରିଦିଆଯାଇଛି। ଏବେ ବସନ୍ତ ପଞ୍ଚମୀରେ ସମାନ ସ୍ନାନ ହେବ। ଏହା ସହିତ ଆଖଡ଼ା ପରିଷଦ ମଧ୍ୟ ଦୁର୍ଘଟଣା ପାଇଁ ଦୁଃଖ ପ୍ରକାଶ କରିଛି ଏବଂ ଭକ୍ତମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛି। ୫୦ ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି, ଯେଉଁମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହସ୍ପିଟାଲ ବାହାରେ ବ୍ୟାରିକେଡ୍ କରି ପୋଲିସ ଫୋର୍ସ ମୁତୟନ କରାଯାଇଛି। ସେପଟେ ଘଟଣା ସମ୍ପର୍କରେ ବୁଝି ଦୁଃଖ ପ୍ରକାଶ କରିବା ସହ ଆବଶ୍ୟକ ସହାୟତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ପ୍ରୟାଗରାଜ ମହାକୁମ୍ଭରେ ପ୍ରବଳ ଭିଡରୁ ଦଳାଚକଟା, ୧୫ରୁ ଅଧିକ ଶ୍ରଦ୍ଧାଳୁଙ୍କ ଚାଲିଗଲାଣି ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











