ଭୁବନେଶ୍ୱର : ଏବେଠୁ ଡରାଇଲାଣି ତାତି । ସକାଳ ୧୦ଟାରୁ ଅସମ୍ଭାଳ ହେଉଛି ତାତି । ପ୍ରଥମ ସପ୍ତାହରୁ ପାରଦ ୩୬ ଡିଗ୍ରୀ ପାର କଲାଣି । ଗତକାଲି ବଲାଙ୍ଗୀର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀରେ ମଧ୍ୟ ବଢ଼ିଛି ପାରଦ। ଭୁବନେଶ୍ବରରେ ୩୪.୯ ଡିଗ୍ରୀ ଏବଂ କଟକରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ଦୁଇ ସପ୍ତାହରେ ତାପମାତ୍ରା ୪ ଡିଗ୍ରୀ ପର୍ୟ୍ୟନ୍ତ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ବର୍ତ୍ତମାନ ରାଜ୍ୟରେ ମେଘମୁକ୍ତ ଆକାଶ ରହୁଥିବାରୁ ତାପମାତ୍ରା ବୃଦ୍ଧି ପାଉଛି। ଆସନ୍ତା ୫ ଦିନ ପର୍ୟ୍ୟନ୍ତ ଆହୁରି ତାପମାତ୍ରା ବଡିବ। ତାପମାତ୍ରା ବୃଦ୍ଧି ସହ ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ। ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୩୬ ଡିଗ୍ରୀ ପାର୍ କରିଛି ।
Views: 48