ଭୁବନେଶ୍ୱର : ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଓଡିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ଫେବ୍ରୁଆରୀ ୧୬ରେ ଯାଞ୍ଚ, ୨୦ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର । ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ, ହେବା ସହ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।ଏପ୍ରିଲ ୩ରେ ଓଙ୍ଗିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ । ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସରିବ । ସଂଖ୍ୟା ଦୃଷ୍ଟିରୁ ଫାଙ୍କା ହେବାକୁ ଥିବା ୩ ଆସନ ବିଜେଡି ଖାତାକୁ ଆସିବ । ତେବେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କର ନଜର ରହିଛି । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଟିକେଟରୁ ବଞ୍ଚିତ ହେବାକୁ ଥିବା ନେତାଙ୍କୁ ଦଳ ପ୍ରାର୍ଥୀ କରିପାରେ । ନଚେତ୍ କିଛି ବରିଷ୍ଠ ନେତାଙ୍କୁ ଦଳ ଦିଲ୍ଲୀ ପଠାଇପାରେ । ଗତଥର ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟସଭା ପ୍ରାର୍ଥୀ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ ନବୀନ । ତେଣୁ ଏଥର ନବୀନ ଯେ, କୌଣସି ସରପ୍ରାଇଜ କାର୍ଡ ଖେଳିବେନି ତାହାର ଆକଳନ କରିବା ବେଶ କଷ୍ଟକର ।
ଫେବ୍ରୁଆରୀ ୨୭ରେ ରାଜ୍ୟସଭା ନିର୍ବାଚନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











