ବ୍ୟୁରୋ : ରଶ୍ମିକା ମନ୍ଦାନାଙ୍କୁ ହାତ ଧରିବେ ବିଜୟ । ଚର୍ଚ୍ଚାରେ ସାଉଥର ସୁପରହିଟ ଯୋଡି ରଶ୍ମିକା ଓ ବିଜୟ । ନ୍ୟାସନାଲ କ୍ରସ ଥିବା ରଶ୍ମିକା ବିଜୟଙ୍କ ହାତ ଧରିବେ । ଖୁବଶୀଘ୍ର ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ନିର୍ବନ୍ଧ କରିବାକୁ ଯାଉଛନ୍ତି । ଏ ନେଇ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିବା ନେଇ ଅନେକ ଦିନରୁ ଚର୍ଚ୍ଚା ହେଉଥିବା ବେଳେ ଏବେ ଦୁହେଁ ନିର୍ବନ୍ଧ କରିବାକୁ ଯାଉଥିବା ଜଣାପଡିଛି । କୁହାଯାଉଛି ଯେ, ଉଭୟ ଫେବ୍ରୁଆରୀରେ ନିର୍ବନ୍ଧ କରିବେ। ହେଲେ ଏପର୍ୟ୍ୟନ୍ତ ଦୁହେଁ କୌଣସି ସ୍ପଷ୍ଟିକରଣ ଦେଇନାହାନ୍ତି। ତେବେ ଏହି ଖବର ସାମ୍ନାକୁ ଆସିବା ପରେ ଦୁହିଁଙ୍କ ପ୍ରଶଂସକ ଖୁସି ହୋଇଯାଇଛନ୍ତି।
ସାଉଥ ଫିଲ୍ମରୁ ବଲିଉଡ ପର୍ୟ୍ୟନ୍ତ ନିଜର ଅଭିନୟର ଦକ୍ଷତା ଦେଖାଇ ସାରିଥିବା ରଶ୍ମିକା ମନ୍ଦାନା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଏବା ଚର୍ଚ୍ଚାକୁ ଆସିଛନ୍ତି। ଏହି ଯୋଡିଙ୍କର ପ୍ରଥମ ସାକ୍ଷାତ ଫିଲ୍ମ ‘ଗୀତା ଗୋବିନ୍ଦମ୍’ର ସୁଟିଂ ସମୟରେ ହୋଇଥିଲା। କୁହାଯାଏ ଯେ ଏହି ଫିଲ୍ମ ସମୟରେ ଦୁହେଁ ପରସ୍ପରଙ୍କର ନିକଟତର ହୋଇଥିଲେ। ଏହା ପରେ ଉଭୟଙ୍କୁ ‘ଡିୟର କାମରେଡ’ ରେ ଦେଖିବାକୁ ମିଳିଥିଲା। ଗତ ବର୍ଷ ଫିଲ୍ମ ‘ଖୁସି’ ରେ ବିଜୟ ଦେବରକୋଣ୍ଡା ନଜର ଆସିଥିଲେ। ଏହି ଚଳଚ୍ଚିତ୍ରରେ ତାଙ୍କ ସହ ଅଭିନେତ୍ରୀ ସାମନ୍ଥା ରୁଥ୍ ପ୍ରଭୁ ମୁଖ୍ୟ ଭୂମିକାରେ ଥିଲେ। ବର୍ତ୍ତମାନ ବିଜୟ ଦେବରକୋଣ୍ଡା ଆଗାମୀ ଚଳଚ୍ଚିତ୍ର ‘ଫ୍ୟାମିଲି ଷ୍ଟାର୍’ ପାଇଁ ଚର୍ଚ୍ଚାରେ ଅଛନ୍ତି। ସେହିପରି ରଶ୍ମିକା ମନ୍ଦାନା ଫିଲ୍ମ ‘ପୁଷ୍ପା ୨’ରେ ନଜର ଆସିବେ।
ଫେବ୍ରୁଆରୀରେ ନିର୍ବନ୍ଧ କରିବେ ବିଜୟ ଓ ମନ୍ଦାନା !
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











