ଭୁବନେଶ୍ୱର : କରୋନା କଡ ଲେଉଟାଇବା ପରେ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ । ଆଜି ରାଜ୍ୟରେ ଜଣେ କରୋନା ପଜିଟିଭ ଚିହ୍ନଟ ପରେ ତତ୍ପର । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ । ଘରୁ ବାହାରକୁ କୁଆଡେ ଯାଉଥିଲେ ମାସ୍କ ପିନ୍ଧିବାକୁ ଅନୁରୋଧ । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନ ଯିବାକୁ ପରାମର୍ଶ । ଗତ ୨୪ ଘଣ୍ଟାରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଡିସେମ୍ବର ୩ ତାରିଖରେ ରାଜ୍ୟରେ ଶେଷ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଥିଲେ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Views: 61