ଭୁବନେଶ୍ୱର : କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ଆସିଲେ ସୁର ରାଉତରାୟ । ସୁର ରାଉତରାୟଙ୍କ ଉପରୁ ନିଲମ୍ବନ ହଟାଇବା ପରେ ଘର ବାହୁଡା । ସୁରଙ୍କ ସହ ବଡ ପୁଅ ସିଦ୍ଧାର୍ଥ ରାଉତରାୟ ମଧ୍ୟ ଉପସ୍ଥିତ । ଘର ବାହୁଡା ପରେ ଭାବବିହ୍ୱଳ ହୋଇ କାନ୍ଦି ପକାଇଲେ । କଂଗ୍ରେସ ଅଧ୍ୟକ୍ଷ ଓ ପିସିସି ସଭାପତିଙ୍କୁ ଧନ୍ୟବାଦ ଜଣାଇଲେ । ଯୁବ କଂଗ୍ରେସକୁ ବିଶେଷ ଧନ୍ୟବାଦ ଜଣାଇଲେ ସୁର । ଗତ ସାଧାରଣ ନିର୍ବାଚନ ବେଳେ ଦଳ ବିରୋଧୀ କାର୍ୟ୍ୟ ପାଇଁ ୬ ବର୍ଷ ପାଇଁ ବହିଷ୍କୃତ ହୋଇଥିଲେ ସୁର। ଗତକାଲି କଂଗ୍ରେସର ନିଲମ୍ବିତ କିମ୍ବା ବହିଷ୍କୃତ ନେତାଙ୍କ ଉପରୁ ଆଦେଶ ହଟିଥିଲା । ପିସିସି ସଭାପତି ଭକ୍ତଚରଣ ଦାସ ନିଲମ୍ବନ -ବହିଷ୍କୃତ ଆଦେଶକୁ ହଟାଇଥିଲେ । ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବିତ କିମ୍ବା ବହିଷ୍କୃତ ହୋଇଛନ୍ତି ସେମାନଙ୍କ ଉପରୁ ଆଦେଶ ପ୍ରତ୍ୟାହାର କରାଯାଇଛି । ଏହାସହ ଯେଉଁମାନେ କୌଣସି କାରଣରୁ ଦଳ ଛାଡ଼ିଛନ୍ତି ସେମାନଙ୍କୁ ମଧ୍ୟ କଂଗ୍ରେସକୁ ଫେରିଆସିବାକୁ ନିବେଦନ କରାଯାଇଛି । ପୂର୍ବରୁ ସୁର ୬ଥର ଜଟଣୀରୁ ବିଧାୟକ ହୋଇଥିବା ବେଳେ ବହୁ ଥର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।
ଫେରିଲେ ସୁର , କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ପଶିଲେ

Facebook
Twitter
LinkedIn
Facebook
Twitter
LinkedIn
Recent News
ଦେଶୀ ମଦ ବୋଝେଇ ଗାଡି ଜବତ
ସୋରେ : ଦେଶୀ ମଦ ବୋଝେଇ ଗାଡି ଜବତ । ମବାସୀ ଗୋଡେଇ ଗୋଡେଇ ଧରିଲେ ମଦ ଗାଡି । ଗାଡ଼ିରୁ ବାହାରିଲା ବିପୁଳ ପରିମାଣର ଦେଶୀ...
ନୂଆ ଲୁକରେ ରଶ୍ମିକା , “ମାଇଁସା”ରେ ନଜର ଆସିବେ
ମୁମ୍ବାଇ : ଆଗାମୀ ଫିଲ୍ମର ପୋଷ୍ଟର ସୋସିଆଲ ମିଡିଆରେ ଜାରି କଲେ ରଶ୍ମିକା ମନ୍ଦାନା । ଛାବାର ଦମଦାର ସଫଳତା ପରେ ରଶ୍ମିକା ମନ୍ଦାନା ଏହି ସମୟରେ...
ରଥରେ ଗଜପତିଙ୍କ ଛେରା ପହଁରା
ପୁରୀ : ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ...
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ
ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...