ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ସକ୍ରିୟ ହୋଇଛି । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା । ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତର ରୂପ ନେବ । ହେଲେ ବାତ୍ୟା ନେଇ ଓଗଊ କୌଣସି ଆକଳନ କରିନାହିଁ । ଯଦି ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୁଏ ନାଁ ରହିବ ‘ହମୁନ୍ ‘ । ଏପଟେ ଦକ୍ଷିଣପୂର୍ବ ଆରବ ସାଗରରେ ସୃଷ୍ଟି ହେଲାଣି ଗଭୀର ଅବପାତ । ଆଜି ଏହା ବାତ୍ୟାର ରୂପ ନେବା । ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେବ । ବାତ୍ୟା ‘ତେଜ୍ ‘ ଦକ୍ଷିଣ ଓମାନ ଓ ପାର୍ଶ୍ବବର୍ତ୍ତୀ ୟେମେନ ଉପକୂଳ ଅତିକ୍ରମ କରିବ ।
Views: 76