ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
Views: 14