The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର, ୪ ତାରିଖ ଯାଏଁ ବର୍ଷିବ

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ କ୍ଷେତ୍ରରେ ପରିଣତ । ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୩ ତାରିଖ ସକାଳେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଆସନ୍ତାକାଲି ୭ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷାର ସମ୍ଭାବନା ଥିବାରୁ ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ କନ୍ଧାମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ନବରଙ୍କପୁର, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଓ କଟକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୪ ତାରିଖ ଯାଏ ବର୍ଷା ଲାଗି ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login