The Ultimate Managed Hosting Platform
ADVERTISEMENT

ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ୧ ଘଣ୍ଟା ୫୮ ମିନିଟ ଅଭିଭାଷଣ

Facebook
Twitter
LinkedIn

ଭୁବନେଶ୍ୱର : ବଜେଟ ଅଧିବେଶନରେ ଦୀର୍ଘ ଭାଷଣ ଦେଲେ ରାଜ୍ୟପାଳ । ମୋଟ ୧ ଘଣ୍ଟା ୫୮ ମିନିଟ ବକ୍ତବ୍ୟ ରଖିଲେ ରାଜ୍ୟପାଳ । ଦିନ ୧୧ଟାରୁ ଆରମ୍ଭ ଭାଷଣ ୧୨ଟା ୫୮ ମିନିଟରେ ସରିଲା । ମୋଟ ୫୬ ପୃଷ୍ଠାକ ଭାଷଣ ପଢିଲେ ରାଜ୍ୟପାଳ । ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର । ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।
ରାଜ୍ୟପାଳ ରଘୁବର ଦାସ କହିଛନ୍ତି, ଗତ ୧୭ ଜାନୁଆରୀରେ ୮୦୦ କୋଟି ବ୍ୟୟରେ ହୋଇଥିବା ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସରକାରଙ୍କୁ ଧନ୍ୟବାଦ । ପୁରୀ ପରିକ୍ରମା ପ୍ରକଳ୍ପ ଜରିଆରେ ଭକ୍ତଙ୍କୁ ଆଧ୍ୟାତ୍ମିକ ଅନୁଭବ ଦେବା ସହ ସେମାନଙ୍କ ପାଇଁ ଅନେକ ସୁବିଧା ଯୋଗାଇ ଦିଆଯାଇଛି । ଶ୍ରୀମନ୍ଦିର ଠାରୁ ୭୫ ମିଟର ଯାଏଁ ହୋଇଥିବା ପରିକ୍ରମା ପ୍ରକଳ୍ପ ଦ୍ୱାରା ଭକ୍ତମାନେ ଆଧ୍ୟାତ୍ମିକ ଅନୁଭୂତି ହାସଲ କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login