ଭୁବନେଶ୍ୱର: ବଢିଲା ମହାନଗର ନିଗମ, ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରତିନିଧିଙ୍କ ପ୍ରାପ୍ୟ। ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ମୃତ୍ୟୁ ଏବଂ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପା ସହାୟତା ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ଘୋଷଣା ହୋଇଛି। ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିସ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଏବଂ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।
Views: 99











