ଭୁବନେଶ୍ୱର : ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ । ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବଢିଲା । ଚଳିତ ମାସ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ। ବର୍ତ୍ତମାନ ୫୩ରୁ ୫୫ ପ୍ରତିଶତକୁ ମହଙ୍ଗା ଭତ୍ତା ବଢିଛି। ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
Views: 20