ନୂଆଦିଲ୍ଲୀ : ଗୁଜରାଟର କଚ୍ଛରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ଏକ ଘରୋଇ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କାରେ ୭ ଜଣଙ୍କ ମୃତ୍ୟୁ ହୋଇଛି । କୁହାଯାଉଛି ଯେ ବସରେ ମୋଟ ୪୦ ଜଣ ଯାତ୍ରୀ ଥିଲେ । ଘଟଣାସ୍ଥଳରେ ହିଁ ୭ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଛି । ଏହି ଦୁର୍ଘଟଣା କଚ୍ଛର କେରା ମୁଦ୍ରା ରୋଡରେ ଘଟିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସଟି ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ଚୁରମାର୍ ହୋଇଯାଇଛି । ଏଥିରେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି । ଦୁର୍ଘଟଣାରେ ଆହତ ଲୋକମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେପଟେ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।
Views: 36