ଭୋପାଲ : ମଧ୍ୟପ୍ରଦେଶର ଏକ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ । ହର୍ଦା ଜିଲ୍ଲାରେ ବାଣ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ପରେ ବିସ୍ଫୋରଣ ହୋଇଥିଲା । ୬୦ରୁ ଅଧିକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହେଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶଙ୍କା କରାଯାଉଛି । କାରଖାନା ଭିତରେ ଅନେକ ଲୋକ ଫସିଥିବାର ସନ୍ଦେହ କରାଯାଉଛି । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଜରୁରୀ ବୈଠକ ଡାକିଛନ୍ତି । ବାଣ କାରଖାନାର ଆଖପାଖରେ ଥିବା ପ୍ରାୟ ୬୦ଟି ଘର ପ୍ରଭାବିତ ହୋଇଛି । ନିକଟରେ ଥିବା ପ୍ରାୟ ଶହେଟି ଘରକୁ ଖାଲି କରିଛି ପ୍ରଶାସନ । ବାଣ କାରଖାନା ଭିତରେ ଲଗାତାର ଭାବେ ବିସ୍ଫୋରଣ ହେଉଥିବା ଦେଖିବାକୁ ମିିଳିଛି । ଉଦ୍ଧାର କାର୍ୟ୍ୟକୁ ଜୋରଦାର କରାଯାଇଥିବା ବେଳେ ଏନଡିଆରଏଫ ଓ ଏସଡିଆରଏଫକୁ ଘଟଣାସ୍ଥଳକୁ ପଠାଯାଇଛି ।
Views: 73