ନୂଆଦିଲ୍ଲୀ : ଅବସରପ୍ରାପ୍ତ ବିଚାରପତି ବି ସୁଦର୍ଶନ ରେଡ୍ଡୀ ଇଣ୍ଡିଆ ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ । ପ୍ରାର୍ଥୀ ଘୋଷଣା କଲେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ । ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ ସୁଦର୍ଶନ ରେଡ୍ଡୀ । ସହମତିରେ ଇଣ୍ଡିଆ ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଜଷ୍ଟିସ ସୁଦର୍ଶନ ରେଡ୍ଡୀ । ଗୈାହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।
ବି ସୁଦର୍ଶନ ରେଡ୍ଡୀଙ୍କ ଜନ୍ମ ୮ ଜୁଲାଇ ୧୯୪୬ରେ ଆନ୍ଧ୍ରପ୍ରଦେଶର ଏକ କୃଷକ ପରିବାରରେ ହୋଇଥିଲା । ସେ ହାଇଦ୍ରାବାଦରେ ନିଜର ପାଠପଢା ଶେଷ କରିବା ପରେ ୧୯୭୧ ମସିହାରେ ଓସମାନିଆ ବିଶ୍ୱବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ସେ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ସିଭିଲ ଓ ସାମ୍ବିଧାନିକ ମାମଲାରେ ଓକିଲାତି ଆରମ୍ଭ କରିଥିଲେ । ୧୯୮୮ ମସିହାରେ ସେ ହାଇକୋର୍ଟରେ ସରକାରୀ ଓକିଲ ଭାବରେ ନିଯୁକ୍ତ ହୋଇଥିଲେ ଏବଂ ପରେ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ୍ ହୋଇଥିଲେ । ୧୯୯୩ରେ ସେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଆଡଭୋକେଟ୍ସ ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ । ବି ସୁଦର୍ଶନ ରେଡ୍ଡୀ ୨ ମେ ୧୯୯୩ରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ପରେ, ୫ ଡିସେମ୍ବର ୨୦୦୫ରେ ସେ ଗୌହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ । ୧୨ ଜାନୁଆରୀ ୨୦୦୭ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବରେ ପଦୋନ୍ନତି ପାଇଥିଲେ ଏବଂ ୮ ଜୁଲାଇ ୨୦୧୧ରେ ଅବସର ନେଇଥିଲେ ।
ବି.ସୁଦର୍ଶନ ରେଡ୍ଡୀ ଇଣ୍ଡିଆ ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











