The Ultimate Managed Hosting Platform
ADVERTISEMENT

ବିକଶିତ ଗାଁ , ବିକଶିତ ଓଡିଶା ପାଇଁ ମାର୍ଗଦର୍ଶିକା ଜାରି

Facebook
Twitter
LinkedIn

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login