ଭୁବନେଶ୍ୱର : ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ମିଶିଲେ ଅଜୟ ନାୟକ । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁ ଅଜୟ ନାୟକ । ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ । ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି । ବିଧାୟକ ବ୍ୟୋମକେଶଙ୍କ ମାମୁଁ ହେଉଛନ୍ତି ଅଜୟ । ସେ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିଲେ । ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଜେପିରେ ମିଶିଛନ୍ତି ।
Views: 88











